ଫେବ୍ରୁଆରୀ ୨୨ରେ ଓଡ଼ିଶା ଆସିବେ ରାଜନାଥ ସିଂ ।ନବରଙ୍ଗପୁର, ଗଞ୍ଜାମ ଓ ମୟୂରଭଞ୍ଜର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ ।
ବ୍ରହ୍ମପୁର,ଆସନ୍ତା ୨୨ ତାରିଖରେ ଓଡିଶା ର ବ୍ରହ୍ମପୁର ସହରର ଆମ୍ବପୁଆ କୁ ଆସୁଛନ୍ତି ରାଜନାଥ ସିଂ । ୩ଟି ଜିଲ୍ଲା ନବରଙ୍ଗପୁର, ଗଂଜାମ ଓ ମୟୂରଭଂଜରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ନବରଙ୍ଗପୁର ଓ ମୟୂରଭଂଜରେ କୋର କମିଟି ବୈଠକରେ ଯୋଗ ଦେବେ । ଗଂଜାମରେ ଆୟୋଜିତ କର୍ମୀ ସମ୍ମିଳନୀରେ ସାମିଲ ହୋଇ ୨୦୨୪ ନିର୍ବାଚନ ରଣନୀତି ବାବଦରେ ସମ୍ବୋଧନ କରିବେ । ଏହାପୂର୍ବରୁ ଶିବରାଜ ସିଂ ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କର୍ମୀଙ୍କୁ ନିର୍ବାଚନୀ ମନ୍ତ୍ର ଦେଇଥିଲେ । ଏହି ପ୍ରସ୍ତୁତି ବୈଠକରେ ଭାରତୀୟ ଜନତା ପାର୍ଟିର ସଭାପତି ଶ୍ରୀଯୁକ୍ତ ଡ ସୁବାସ ସାହୁ, କୃଷକ ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ଉତ୍ତମ ପାଣିଗ୍ରାହୀ, ବନ୍ଦିତା ତ୍ରିପାଠୀ,ଏବଂ ବହୁ ବିଜେପି କର୍ମୀ ମାନେ ଯୋଗ ଦେଇଥିଲେ।