Search
Close this search box.

ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ କାଳଷଣ୍ଢ ପୁର ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନସଚେତନତା ଶିବିର ଅନୁଷ୍ଠିତ

0
SHARES
4
VIEWS

ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ କାଳଷଣ୍ଢ ପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଞ୍ଚାୟତ ସ୍ତରୀୟ ଜନସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମକୁ ଆସିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଫକୀର ଚରଣ ପରିଡ଼ା ସଂଯୋଜନା କରିଥିବା ବେଳେ ସରପଞ୍ଚ ଜୟନ୍ତୀ ବେହେରାଙ୍କ ନେତୃତ୍ଵରେ କାର୍ଯ୍ୟକ୍ରମ ଟି ଅନୁଷ୍ଠିତ ହୋଇଥିଲା, ମୁଖ୍ୟ ଅତିଥିଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ତ୍ରିବେଣୀ ନାହାକ, ଉପାଧ୍ୟକ୍ଷା ରେଶମା ଦୋରା, ସିଡିପିଓ ଭଗ୍ୟଲତା ପାତ୍ର ଜିଲ୍ଲାପରିଷଦ ସଭ୍ୟ ବି ମନୋଜ ଦୋରା, ୨ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ଅନିମା ପରିଡ଼ା, ହରିଡା ପଦର ପଞ୍ଚାୟତର ସରପଞ୍ଚ ଜୟନ୍ତୀ ବେହେରା ,ସମିତି ସଭ୍ୟ ତ୍ରିନାଥ ବେହରା, ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରତିନିଧି ଶିବ ନାହାକ, ଚଢ଼ିଆ ପଲ୍ଲୀ ସରପଞ୍ଚ ଜୟସେନ ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ I ଏହି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ମାଧ୍ୟମରେ ଗାଁ ଗାଁ ରେ କିଭଳି ଜଗନ୍ନାଥ ସଂସ୍କୃତି ର ସଂରକ୍ଷଣ, ଧାର୍ମିକ ସ୍ଥଳୀ ଗୁଡିକର ରୂପାନ୍ତିକାରଣ ମହିଳା ସଂସକ୍ତିକରଣ ଓ ଭିତିଭୂମିର ବିକାଶ, ବ୍ୟାଙ୍କିଙ୍ଗ ଭିତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟ ର ରୂପାନ୍ତିକରଣ ହୋଇଛି ସେ ଉପରେ ଲୋକ ମାନଙ୍କୁ ଜନ ସଚେତନତା କରାଯାଇଥିଲା l ତେବେ କାଳଷଣ୍ଢ ପୁର ପଞ୍ଚାୟତର ବିକାଶ ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ୧୦ ଟି ପ୍ରକଳ୍ପକୁ ୫୦ ଲକ୍ଷ ଟଙ୍କାର ଅନୁଦାନ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୧୭୫୯ ପରିବାରକୁ ଅନ୍ତର୍ଭୁକ୍ତ କରାଯିବା ସହ ମୁଖ୍ୟ ମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନା ମାଧ୍ୟମରେ ୪ଟି ପ୍ରକଳ୍ପ ପାଇଁ ୧୬କୋଟି ୫୦ ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି, ସେହିପରି କାଳିଆ ଯୋଜନାରେ ୯୧୭ ପରିବାରକୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ, ୮୪୨ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଛି l ମିଶନ ଶକ୍ତି ମଧ୍ୟାମରେ୩୯ ମିଶନ ଶକ୍ତି ଗୋଷ୍ଟିକୁ ବିନା ସୁଧରେ ୩କୋଟି ୮୨ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବା ବେଳେ ୧୭୫୯ ପରିବାରକୁ ରେସନ୍ କାର୍ଡ ପ୍ରଦାନ କରାଯାଇଛି ତାହା ସହ ମମତା ଯୋଜନା ମାଧ୍ୟମରେ ୩୧୨ ଗର୍ଭବତୀ ମହିଳାଙ୍କୁ ସହାୟତ ପ୍ରଦାନ କରାଯାଇଛି l ପଞ୍ଚାୟତକୁ ଆମ ବ୍ୟାଙ୍କ ଦ୍ବାରା ଆର୍ଥିକ ଅନ୍ତର୍ଭୁକ୍ତିକରଣ, ଗ୍ରାମ ପଞ୍ଚାୟତକୁ ଲକ୍ଷ୍ମୀ ବସ ସେବା ପ୍ରଦାନ କରାଥିବା ପଞ୍ଚାୟତର ବିକାଶ ମୂଳକ ପୁସ୍ତକରେ ସ୍ଥାନ ଦିଆ ଯାଇଛି l ତେବେ ଏହି କାର୍ଯ୍ୟକ୍ରମରେ ସମସ୍ତ ସ୍ୱୟଂ ସହାୟକ ଦଳ, ଏମ ବି କେ, ସିଆରପି,ବ୍ୟାଙ୍କ ମିତ୍ର, ଅଙ୍ଗନବାଡି ବାଡ଼ି କର୍ମୀ ଙ୍କ ସହ ବହୁ ସ୍ବେଛାସେବୀ ଯୋଗ ଦେଇଛନ୍ତି l

    Related News

    Follow Us