Search
Close this search box.

ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଜଣେ କିନ୍ନର ଆତ୍ମହତ୍ୟା

0
SHARES
54
VIEWS

ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଜଣେ କିନ୍ନର ଆତ୍ମହତ୍ୟା କରିଥିବା ଖବର ହସ୍ତଗତ ହୋଇଛି l କୁଲାକୁଣ୍ଢେଈ ନୂଆଗାଁ ରୋଡରେ ବାସ କରୁଥିବା ଆରତୀ ଦାସ(21) ନାମ୍ନୀ କିନ୍ନର ବେକରେ ଲୁଗା ଗୁଡାଇ ଆତ୍ମହତ୍ୟା କରିଥିବା ଜଣାପଡିଛି l ପୋଲିସ ସୂଚନା ମୁତାବକ ଆରତୀଙ୍କ ଗ୍ରାମ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଏସ ଛଚିନା ଅଞ୍ଚଳରେ l ତାଙ୍କ ପିତାଙ୍କ ନାମ ପାଣ୍ଡଵ ଦାସ l ସେ ଦୁଇ ମାସ ତଳେ ବାଲୁଗାଁ ଆସି ଉକ୍ତ ଅଞ୍ଚଳରେ ଏକ ଭଡ଼ା ଘରେ ରହୁଥିଲେ l ତେବେ ଆଜି ସକାଳୁ ସେ ଘର କବାଟ ନଖୋଲିବାରୁ ଘର ମାଲିକ ତାଙ୍କ ପରିବାରକୁ ସୂଚନା ଦେଇଥିଲେ l ଖବର ପାଇ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିବା ସହ ମୃତ ଆରତୀଙ୍କ ଭାଇ ମିଥୁନ ଦାସ ଏ ନେଇ ବାଲୁଗାଁ ଥାନାରେ ଅଭିଯୋଗ କରିଥିଲେ l ଏହାପରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଆରତୀଙ୍କ ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ l ତେବେ ଆତ୍ମହତ୍ୟା କରିବା ପୁର୍ବରୁ ଆରତୀ ଏକ ବ୍ଲେଡରେ ତାଙ୍କ ହାତ କାଟିଥିବା ପୋଲିସ କହିଛି l ଆରତୀ ଙ୍କ ବେଡ଼ରୁମ ରୁ ଏକ ନୂଆ ବ୍ଲେଡ ମଧ୍ୟ ଜବତ କରିଛି ପୋଲିସ l ତେବେ କିନ୍ନର ଆରତୀ କଣ ପାଇଁ ଆତ୍ମହତ୍ୟା କଲେ ତାହା ସନ୍ଦେହଘେରରେ.ଏ ନେଇ ବାଲୁଗାଁ ପୋଲିସ କେସ ନମ୍ବର ୨୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।ବାଲୁଗାଁ ରୁ ମାମୁନି ସାହୁଙ୍କ ରିପୋର୍ଟ ସଂଘର୍ଷ ଟିଭି।

    Related News

    Follow Us