Search
Close this search box.

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ! ମନ୍ତ୍ରୀ କହିଲେ ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା

0
SHARES
2
VIEWS

ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ! ମନ୍ତ୍ରୀ କହିଲେ ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ । ଖୁବଶୀଘ୍ର ଏହି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଦର୍ଶନ ପାଈଁ ଆସୁଥିବା ଭକ୍ତଙ୍କୁ ମହାଅ୍ରାସାଦ କୁଡ଼ୁଆ ଦିଆଯିବ। ଏଥିପାଈଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ଏହାସହ ମୁକ୍ତ ହସ୍ତରେ ଦାନ ପାଈଁ ଭକ୍ତଙ୍କୁ ଅପିଲ କଲେ ମନ୍ତ୍ରୀ ପୃଥ୍ୱୀରାଜ।ସେ କହିଛନ୍ତି ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ । ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ । ସରକାରଙ୍କ ଉପରେ ବର୍ଡ଼ନ ନକରି ଯେଉଁ ବଦାନ୍ୟ ଭକ୍ତମାନେ ଅଛନ୍ତି ସେମାନଙ୍କ ସହଯୋଗରେ ଏହା ହେବ। ସେମାନେ ମଧ୍ୟ ପୁଣ୍ୟ ଅର୍ଜନ କରିବେ । ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି । କାର୍ତ୍ତିକ ମାସ ପରେ ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ତେବେ କାର୍ତ୍ତିକ ମାସରେ ହବିଷ୍ୟାଳିଙ୍କର ଯେମିତି କୌଣସି ଅସୁବିଧା ହେବ ନାହିଁ, ସେନେଇ ବ୍ୟବସ୍ଥା କରାଯାଇଛି । ମୁଖ୍ୟ ପ୍ରଶାସକ, ଜିଲ୍ଲପାଳଙ୍କଠାରୁ ଆରମ୍ଭ କରି ଅଧିକାରୀମାନେ ଏନେଇ ଧ୍ୟାନ ଦେଉଛନ୍ତି । କାର୍ତ୍ତିକ ମାସ ପରେ, ଶୃଙ୍ଖଳିତ ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ହବିଷ୍ୟାଳି କିଭଳି ଭଲରେ ଭଲରେ ଦର୍ଶନ ସାରି ଘରକୁ ଫେରିବେ ତାହାର ଦାଇତ୍ୱ ସରକାର ନେବେ । କୌଣସି ସମସ୍ୟା ହେଲେ ତାର ସମାଧାନ ହେବ । ଏନେଇ ସ୍ପଷ୍ଟ ନିର୍ଦେଶ ଦିଆଯାଇଛି ।ଏବେ ମାର୍ଗଶିର ମାସରୁ ଶୃଙ୍ଖଳିତ ଦର୍ଶନ ଓ ଏହାର ଡିଜାଇନ ଆରମ୍ଭ ହୋଇଛି । ଭକ୍ତ ସାତ ପାହାଚଠୁ ସିଧା ଯାଇ ଘଣ୍ଟି ଦ୍ୱାର ପଟେ ବାହାରିବେ, ସେଭଳି ଏକ ବ୍ୟବସ୍ତା କରାଯାଉଛି । ଏହି ବ୍ୟବସ୍ଥା ହୋଇସାରିବା ପରେ ଭକ୍ତମାନଙ୍କ ଦର୍ଶନରେ କୌଣସି ଅସୁବିଧା ହେବ ନାହିଁ ଏବଂ ସମସ୍ତେ ଭଲ ଭାବରେ ପ୍ରଭୁଙ୍କ ଦର୍ଶନ ସାରି ମନ୍ଦିରରୁ ବାହାରିବେ । ଏହାକୁ ଆଖି ଆଗରେ ରଖି ଯୋଜନା ଆରମ୍ଭ କରାଯାଇଛି ।ସେହପରି ଜିପିଆର ସର୍ଭେ ରିପୋର୍ଟ ଦୁଇ ଚାରି ଦିନରେ ଆସିବ । ରିପୋର୍ଟ ଆସିବା ପରେ ସରକାର ପରବର୍ତ୍ତୀ ନିଷ୍ପତି ନେବେ । ଚଟାଣ ତଳେ କିମ୍ବା କାନ୍ଥ ଭିତରେ ଯଦି କିଛି ମୂଲ୍ୟବାନ ରତ୍ନ ଅଛି ବା ସୁନା, ମୋତି ମାଣିକ୍ୟ ଥିବାର ସ୍ପଷ୍ଟତା ଆସିଲା ଅବା ସୁଡ଼ଙ୍ଗ ଅଛି, ତେବେ ସରକାର ନିଷ୍ପତି ନେବେ କଣ କରାଯିବ ।ଏଏସଆଈ ଟିମ ପ୍ରସ୍ତୁତ ଅଛନ୍ତି, ସେମାନେ ମରାମତି କାର୍ଯ୍ୟ ଆରମ୍ଭ କରିବେ ଏବଂ ଯଥାଶୀଘ୍ର ଶେଷ କରିବେ । ଏହାପରେ ରତ୍ନଗୁଡିକ ରତ୍ନ ଭଣ୍ଡାର ଭିତରକୁ ଯିବ ଏବଂ ଗଣତି ମଣତି ଆରମ୍ଭ ହେବ ।

    Related News

    Follow Us