SCB Medical College & Hospital , Cuttack
କଟକ ଏସସିବି ମେଡିକାଲରେ ପ୍ରଥମ ହାପଲୋ ବୋନମ୍ୟାରୋ ଟ୍ରାନସପ୍ଲାଣ୍ଟ ରୋଗୀଙ୍କର ମୃତ୍ୟୁ ହୋଇଛି। ଆଜି ଭୋରରୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି।ଗତ ୯ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଅଞ୍ଚଳର ଶୁଭ୍ରାଂଶୁ ସାହୁ ନାମକ ଜଣେ ରୋଗୀଙ୍କର ଏସସିବିରେ ପ୍ରଥମ ହାପଲୋ ଟ୍ରାନସପ୍ଲାଣ୍ଟ କରାଯାଇଥିଲା। ଶୁଭ୍ରାଂଶୁଙ୍କ ସାନ ଭାଇର ଷ୍ଟେମ ଆଣି ପ୍ରତିରୋପଣ କରାଯାଇଥିଲା। ଏହି ଅସ୍ତ୍ରୋପଚାର ପରେ ଶୁଭ୍ରାଂଶୁ ଓ ତାଙ୍କ ସାନ ଭାଇଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିଲା। ଅସ୍ତ୍ରୋପଚାର ପର ଦିନ ଶୁଭ୍ରାଂଶୁଙ୍କ ସାନଭାଇଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ଏହାସହ ଶୁଭ୍ରାଂଶୁ ସ୍ୱାସ୍ଥ୍ୟବସ୍ଥାର ସୁଧାର ଆସୁଥିଲା। ଏଦେଖି ଡାକ୍ତରମାନେ ଖୁସିଥିଲେ। ଆଜି ଭୋରରୁ ଶୁଭ୍ରାଂଶୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। Naveen ପତ୍ନୀଙ୍କ, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ