ଭୁବନେଶ୍ବର: ପୁଣି ଡରାଇଲାଣି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଟିହ୍ନଟ ହେବା ପରେ ଚିନ୍ତା ବଢ଼ିଛି । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡେ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।
ବିଶ୍ୱର ଅନେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ଜେଏନ.୧ ସଂକ୍ରମଣ ଚିନ୍ତା ବଢ଼ାଇଛି । ଭାରତରେ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ବ୍ୟାପିବାରେ ଲାଗିଛି । କେରଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏ ଦୃଷ୍ଟିରୁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଭାରତରେ ଜେଏନ.1 ସଂକ୍ରମିତଙ୍କ ସଂଖ୍ୟା ୨୬ ହୋଇଛି । କେବଳ ଗୋଆରେ ୧୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ରାଜସ୍ଥାନରେ ୪ ଜଣ, କେରଳରେ ଜଣେ ଓ ମହାରାଷ୍ଟ୍ରରେ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ