ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି।
ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, କୋର୍ଟ ବନ୍ଦ ରହିବ ବୋଲି ପୂର୍ବରୁ ଘୋଷଣା କରାଯାଇଥିବାବେଳେ ଏବେ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।