ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ, ପୂର୍ବନିର୍ଦ୍ଧାରିତ କାର୍ଯକ୍ରମ ଅନୁଯାୟୀ; ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା, ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି, ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି, ସୂଚନାଯୋଗ୍ୟ ; ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲ, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ