ଏତଲା ପରେ ଗିରଫ ହୋଇ ଜେଲ ଗଲେ ସଂଯୁକ୍ତା ମହଲା । ଗତକାଲି ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ହାତୀଓଟ ଗାଁ ସ୍ଥିତ ଘରକୁ ଜୋରଜବରଦସ୍ତ ପଶିଥିବା ଅଭିଯୋଗ ହୋଇଛି । ଏପରିକି ତାଙ୍କ ଘର ଆଗରେ ଧାରଣାରେ ବସିଥିଲେ ସଂଜୁକ୍ତା । ଏହାକୁ ନେଇ ସେଠାରେ ଅଶାନ୍ତ ବାତାବରଣ ଦେଖାଦେଇଥିଲା । ଏହି ଘଟଣାକୁ ନେଇ ବିଧାୟକଙ୍କ ପତ୍ନୀ ଗୋଲାପ ସାହୁଙ୍କ ଏତଲା କ୍ରମେ କବିସୂର୍ୟ୍ୟନଗର ଥାନାରେ ସଂଯୁକ୍ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ବିଧାୟକଙ୍କ ଘର ଆଗରୁ ସଂଯୁକ୍ତାଙ୍କୁ ପୋଲିସ ଉଠାଇନେଇ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଏହା ପରେ ତାଙ୍କୁ ପୋଲସରା ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା । ଏହାପରେ କୋର୍ଟ ତାଙ୍କୁ କୋଦଳା ଜେଲ ହାଜତକୁ ପଠାଇଛି, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ