ବ୍ରହ୍ମପୁର, ହିଞ୍ଜିଳିକାଟୁ ବ୍ଳକ ଅନ୍ତର୍ଗତ ଶାସନ ଆମ୍ବ ଗାଁ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ପରିସରରେ ଆଜି ଉତ୍କଳ ଦିବସ ପାଳିତ ହୋଇଯାଇଛି।ପ୍ରଥମେ ବିଦ୍ୟାଳୟର ଅଧ୍ୟକ୍ଷ,ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀଙ୍କ ଦ୍ଵାରା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା।ପରେ ଉତ୍କଳର ବିରପୁତ୍ରଙ୍କ ପଟ୍ଟ ଚିତ୍ରରେ ପୁଷ୍ପମାଲ୍ୟା ପଣ କରାଯାଇଥିଲା।ଏଥିରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅରୁଣ କୁମାର ପଟେଲ୍ ମୁଖ୍ୟ ବକ୍ତା ଭାବରେ ଓଡ଼ିଆ ଭାଷା ଭିତ୍ତିରେ ଗଠିତ ଓଡ଼ିଶାର ଜନ ସାଧାରଣ ଓଡ଼ିଆ ଅସ୍ମିତା ଓ ସ୍ଵଭିମାନକୁ ବଜାୟ ରଖିବା ପାଇଁ ଆହ୍ବାନ ଦେଇଥିଲେ।ଅନ୍ୟତମ ବକ୍ତା ଭାବେ ବିଦ୍ୟାଳୟର ଓଡ଼ିଆ ବିଭାଗର ଶିକ୍ଷୟିତ୍ରୀ ଓଡ଼ିଆ ଭାଷା ଓ ଓଡ଼ିଆ ଜାତିକୁ ନେଇ ଗର୍ବ କରିବାକୁ ଆହ୍ବାନ ଦେଇଥିଲେ।ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅରୁଣ କୁମାର ପଟେଲ୍ ଙ୍କ ତତ୍ତ୍ଵାବଧାନରେ ସମସ୍ତ ଅଧ୍ୟାପକ,ଅଧ୍ୟାପିକା ମାନେ ପରିଚାଳନା କରିଥିଲେ।ବିଦ୍ୟାଳୟର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଶେଷରେ ବିଦ୍ୟାଳୟର ଜୀବ ବିଜ୍ଞାନ ବିଭାଗର ଅଧ୍ୟାପିକା ଶ୍ରୀମତୀ ସସ୍ମିତା କୁମାରୀ ପାଢ଼ୀ ଧନ୍ୟବାଦ୍ ଅର୍ପଣ କରିଥିଲେ।